6ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।
7ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।
8ତୁମ୍ଭେ ଆମ୍ଭର ପବିତ୍ର ବସ୍ତୁସକଳ ତୁଚ୍ଛ କରିଅଛ ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛ।
9ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।
10ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକୁ ବଳାତ୍କାର କରିଅଛନ୍ତି।