7ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।
8ତୁମ୍ଭେ ଆମ୍ଭର ପବିତ୍ର ବସ୍ତୁସକଳ ତୁଚ୍ଛ କରିଅଛ ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛ।
9ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।
10ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକୁ ବଳାତ୍କାର କରିଅଛନ୍ତି।
11ପୁଣି, କେହି କେହି ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ପୁଣି, ଅନ୍ୟ କେହି କେହି ଲମ୍ପଟତାପୂର୍ବକ ଆପଣା ପୁତ୍ରବଧୂକୁ ଅଶୁଚି କରିଅଛନ୍ତି; ଆଉ, ତୁମ୍ଭ ମଧ୍ୟରେ ଅନ୍ୟ କେହି କେହି ଆପଣା ଆପଣା ଭଗିନୀକୁ, ଆପଣା ପିତାର କନ୍ୟାକୁ ବଳାତ୍କାର କରିଅଛନ୍ତି।