16ପୁଣି, ସେ ସେମାନଙ୍କୁ ଦେଖିବାମାତ୍ର ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କଲ୍ଦୀୟ ଦେଶକୁ ସେମାନଙ୍କ ନିକଟକୁ ବାର୍ତ୍ତାବାହକ ପଠାଇଲା।
17ତହିଁରେ ବାବିଲୀୟ ଲୋକମାନେ ତାହାର ନିକଟକୁ ଆସି ପ୍ରେମ ଶଯ୍ୟାରେ ଶୟନ କଲେ ଓ ଆପଣମାନଙ୍କର ବ୍ୟଭିଚାର କ୍ରିୟା ଦ୍ୱାରା ତାହାକୁ ଅଶୁଚି କଲେ, ପୁଣି, ସେମାନଙ୍କ ଦ୍ୱାରା ଭ୍ରଷ୍ଟା ହେଲା ଉତ୍ତାରେ ତାହାର ପ୍ରାଣ ସେମାନଙ୍କଠାରୁ ବିମୁଖ ହେଲା।
18ଏହିରୂପେ ସେ ଆପଣା ବେଶ୍ୟା କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେହିପରି ତାହାଠାରୁ ମଧ୍ୟ ବିମୁଖ ହେଲା।
19ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା।
20ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ୱଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତିମାନଙ୍କଠାରେ ସେ ଆସକ୍ତା ହେଲା।