ଯିହିଜିକଲ 23

ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ୱଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତିମାନଙ୍କଠାରେ ସେ ଆସକ୍ତା ହେଲା।

Ezekiel 23:20 (UKJV) For she doted upon their paramours, whose flesh is as the flesh of asses, and whose issue is like the issue of horses.

18ଏହିରୂପେ ସେ ଆପଣା ବେଶ୍ୟା କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେହିପରି ତାହାଠାରୁ ମଧ୍ୟ ବିମୁଖ ହେଲା।

19ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା।

20ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ୱଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତିମାନଙ୍କଠାରେ ସେ ଆସକ୍ତା ହେଲା।

21ଏହି ପ୍ରକାରେ ମିସରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଟିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ।”

22ଏନିମନ୍ତେ ହେ ଅହଲୀବା, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.