ଯିହିଜିକଲ 23

ଏହି ପ୍ରକାରେ ମିସରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଟିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ।”

Ezekiel 23:21 (UKJV) Thus you called to remembrance the lewdness of your youth, in bruising your teats by the Egyptians for the breast of your youth.

19ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା।

20ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ୱଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତିମାନଙ୍କଠାରେ ସେ ଆସକ୍ତା ହେଲା।

21ଏହି ପ୍ରକାରେ ମିସରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଟିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ।”

22ଏନିମନ୍ତେ ହେ ଅହଲୀବା, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା;

23ବାବିଲୀୟମାନଙ୍କୁ ଓ ସମୁଦାୟ କଲ୍‍ଦୀୟ ଲୋକଙ୍କୁ, ପକୋଦ, ଶୋୟା, କୋୟା ଓ ସେମାନଙ୍କ ସଙ୍ଗେ ସମୁଦାୟ ଅଶୂରୀୟ ଲୋକଙ୍କୁ ଆଣିବା; ସେମାନେ ସମସ୍ତେ ମନୋହର ଯୁବା ଲୋକ। ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତା, ଅଧିପତିଗଣ ଓ ବିଖ୍ୟାତ ଲୋକ, ସମସ୍ତେ ଅଶ୍ୱାରୋହୀ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.