47ପୁଣି, ସେହି ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ଖଡ୍ଗରେ ବଧ କରିବେ; ସେମାନେ ସେମାନଙ୍କର ପୁତ୍ରକନ୍ୟାଗଣକୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ।
48ଏହିରୂପେ ଆମ୍ଭେ ଦେଶରୁ ଲମ୍ପଟାଚରଣ ନିବୃତ୍ତ କରାଇବା, ତହିଁରେ ସମୁଦାୟ ସ୍ତ୍ରୀଲୋକ ତୁମ୍ଭମାନଙ୍କର ଲମ୍ପଟପଣ ଅନୁସାରେ ଆଚରଣ ନ କରିବା ପାଇଁ ଶିକ୍ଷା ପାଇବେ।
49ପୁଣି, ଲୋକମାନେ ତୁମ୍ଭମାନଙ୍କ ଲମ୍ପଟାଚରଣର ପ୍ରତିଫଳ ତୁମ୍ଭମାନଙ୍କ ଉପରେ ବର୍ତ୍ତାଇବେ ଓ ତୁମ୍ଭେମାନେ ଆପଣାମାନଙ୍କର ପ୍ରତିମାଗଣ ସମ୍ବନ୍ଧୀୟ ପାପସକଳର ଭାର ବୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”