3ଏଣୁ ତୁମ୍ଭେ ଏହି ବିଦ୍ରୋହୀ ବଂଶର ଉଦ୍ଦେଶ୍ୟରେ ଗୋଟିଏ ଦୃଷ୍ଟାନ୍ତ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହଣ୍ଡା ଚଢ଼ାଅ, ତାହା ଚଢ଼ାଅ ଓ ମଧ୍ୟ ତହିଁ ଭିତରେ ଜଳ ଢାଳିଦିଅ;
4ମାଂସଖଣ୍ଡସବୁ, ଉତ୍ତମ ଉତ୍ତମ ଖଣ୍ଡସବୁ, ଊରୁ ଓ ସ୍କନ୍ଧ, ତହିଁ ଭିତରେ ଏକତ୍ର କର; ଭଲ ଭଲ ଅସ୍ଥିରେ ତାହା ପୂର୍ଣ୍ଣ କର।
5ପଲ ମଧ୍ୟରୁ ଉତ୍ତମ ପଶୁ ନିଅ ଓ ହଣ୍ଡା ତଳେ ଅସ୍ଥିସବୁ ସଜାଅ; ତାହା ଉତ୍ତମ ରୂପେ ସିଦ୍ଧ କର ଓ ଅସ୍ଥିସବୁ ତହିଁ ମଧ୍ୟରେ ପାକ ହେଉ।
6ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ସେହି ରକ୍ତପୂର୍ଣ୍ଣା ନଗରୀ, ସେହି ହଣ୍ଡା, ଯହିଁର କଳଙ୍କ ତହିଁ ମଧ୍ୟରେ ଅଛି ଓ ଯହିଁର କଳଙ୍କ ତହିଁ ମଧ୍ୟରୁ ବାହାର ହୋଇ ନାହିଁ, ସେ ସନ୍ତାପର ପାତ୍ର! ତୁମ୍ଭେ ଖଣ୍ଡ ଖଣ୍ଡ କରି ତାହା ବାହାର କର; ତହିଁ ବିଷୟରେ ଗୁଲିବାଣ୍ଟ କରାଯାଇ ନାହିଁ।
7କାରଣ ତାହାର ରକ୍ତ ତାହା ମଧ୍ୟରେ ଅଛି; ସେ ଶୁଷ୍କ ଶୈଳ ଉପରେ ତାହା ରଖିଲା; ସେ ଧୂଳିରେ ତାହା ଆଚ୍ଛାଦିତ କରିବା ପାଇଁ ଭୂମିରେ ତାହା ଢାଳିଲା ନାହିଁ;