ଯିହିଜିକଲ 25

ଆମ୍ଭେ ମୋୟାବ ଉପରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।

Ezekiel 25:11 (UKJV) And I will execute judgments upon Moab; and they shall know that I am the LORD.

9ଏଥିପାଇଁ ଦେଖ, ଆମ୍ଭେ ନଗର ସମୂହଠାରୁ ମୋୟାବର ପାର୍ଶ୍ୱ ମୁକ୍ତ କରିବା, ଅର୍ଥାତ୍‍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ୱରୂପ ବେଥ୍-ଯିଶିମୋତ ବାଲ୍‍-ମୀୟୋନ୍‍ ଓ କିରୀୟାଥୟିମ୍‍ ପ୍ରତି,

10ପୂର୍ବଦେଶୀୟ ସନ୍ତାନଗଣର ପାଇଁ (ମୁକ୍ତ କରିବା), ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯାତ୍ରା କରିବେ, ପୁଣି, ଆମ୍ଭେ ସେମାନଙ୍କ ହସ୍ତରେ ଅମ୍ମୋନ-ସନ୍ତାନଗଣକୁ ଅଧିକାର ରୂପେ ସମର୍ପଣ କରିବା, ତହିଁରେ ଗୋଷ୍ଠୀଗଣ ମଧ୍ୟରେ ସେମାନେ ଆଉ ସ୍ମରଣ କରାଯିବେ ନାହିଁ;

11ଆମ୍ଭେ ମୋୟାବ ଉପରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।

12ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୁଦା ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,

13ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍‍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ୍ଗରେ ପତିତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.