ଯିହିଜିକଲ 25

ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୁଦା ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,

Ezekiel 25:12 (UKJV) Thus says the Lord GOD; Because that Edom has dealt against the house of Judah by taking vengeance, and has greatly offended, and revenged himself upon them;

10ପୂର୍ବଦେଶୀୟ ସନ୍ତାନଗଣର ପାଇଁ (ମୁକ୍ତ କରିବା), ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯାତ୍ରା କରିବେ, ପୁଣି, ଆମ୍ଭେ ସେମାନଙ୍କ ହସ୍ତରେ ଅମ୍ମୋନ-ସନ୍ତାନଗଣକୁ ଅଧିକାର ରୂପେ ସମର୍ପଣ କରିବା, ତହିଁରେ ଗୋଷ୍ଠୀଗଣ ମଧ୍ୟରେ ସେମାନେ ଆଉ ସ୍ମରଣ କରାଯିବେ ନାହିଁ;

11ଆମ୍ଭେ ମୋୟାବ ଉପରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।

12ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୁଦା ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,

13ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍‍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ୍ଗରେ ପତିତ ହେବେ।

14ପୁଣି, ଆମ୍ଭେ ଆପଣାର ଲୋକ ଇସ୍ରାଏଲର ହସ୍ତ ଦ୍ୱାରା ଆମ୍ଭର ପ୍ରତିଶୋଧରୂପ ଭାର ଇଦୋମର ଉପରେ ଥୋଇବା; ତହିଁରେ ସେମାନେ ଆମ୍ଭର କ୍ରୋଧ ଓ ଆମ୍ଭର କୋପ ଅନୁସାରେ ଇଦୋମ ମଧ୍ୟରେ କାର୍ଯ୍ୟ କରିବେ; ପୁଣି, ସେମାନେ ଆମ୍ଭର ଦତ୍ତ ପରିଶୋଧ ଜ୍ଞାତ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.