ଯିହିଜିକଲ 25

ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପଲେଷ୍ଟୀୟ ଲୋକମାନେ ପ୍ରତିହିଂସା ସାଧିବାର ବ୍ୟବହାର କରିଅଛନ୍ତି; ପୁଣି, ଚିର ଶତ୍ରୁତାରେ ବିନାଶ କରିବା ପାଇଁ ପ୍ରାଣର ଘୃଣାରେ ପ୍ରତିଶୋଧ ନେଇଅଛନ୍ତି,

Ezekiel 25:15 (UKJV) Thus says the Lord GOD; Because the Philistines have dealt by revenge, and have taken vengeance with a despiteful heart, to destroy it for the old hatred;

13ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍‍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ୍ଗରେ ପତିତ ହେବେ।

14ପୁଣି, ଆମ୍ଭେ ଆପଣାର ଲୋକ ଇସ୍ରାଏଲର ହସ୍ତ ଦ୍ୱାରା ଆମ୍ଭର ପ୍ରତିଶୋଧରୂପ ଭାର ଇଦୋମର ଉପରେ ଥୋଇବା; ତହିଁରେ ସେମାନେ ଆମ୍ଭର କ୍ରୋଧ ଓ ଆମ୍ଭର କୋପ ଅନୁସାରେ ଇଦୋମ ମଧ୍ୟରେ କାର୍ଯ୍ୟ କରିବେ; ପୁଣି, ସେମାନେ ଆମ୍ଭର ଦତ୍ତ ପରିଶୋଧ ଜ୍ଞାତ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

15ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପଲେଷ୍ଟୀୟ ଲୋକମାନେ ପ୍ରତିହିଂସା ସାଧିବାର ବ୍ୟବହାର କରିଅଛନ୍ତି; ପୁଣି, ଚିର ଶତ୍ରୁତାରେ ବିନାଶ କରିବା ପାଇଁ ପ୍ରାଣର ଘୃଣାରେ ପ୍ରତିଶୋଧ ନେଇଅଛନ୍ତି,

16ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ କରେଥୀୟ ଲୋକମାନଙ୍କୁ ଉଚ୍ଛିନ୍ନ କରିବା ଓ ସମୁଦ୍ରତୀରସ୍ଥ ଅବଶିଷ୍ଟ ସକଳକୁ ନଷ୍ଟ କରିବା।

17ପୁଣି, ଆମ୍ଭେ ପ୍ରଚଣ୍ଡ ଭର୍ତ୍ସନା ସହିତ ସେମାନଙ୍କଠାରୁ ଭାରୀ ପ୍ରତିଶୋଧ ନେବା; ଆଉ, ଯେଉଁ ସମୟରେ ଆମ୍ଭେ ଆପଣା ଦତ୍ତ ପ୍ରତିଶୋଧର ଭାର ସେମାନଙ୍କ ଉପରେ ଥୋଇବା, ସେହି ସମୟରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.