ଯିହିଜିକଲ 25

ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ଅଧିକାର ରୂପେ ପୂର୍ବଦେଶୀୟ ସନ୍ତାନଗଣର ହସ୍ତରେ ସମର୍ପଣ କରିବା, ଆଉ ସେମାନେ ତୁମ୍ଭ ମଧ୍ୟରେ ଆପଣା ଆପଣା ଛାଉଣି ସ୍ଥାପନ କରିବେ ଓ ତୁମ୍ଭ ମଧ୍ୟରେ ଆପଣା ଆପଣା ବାସ ନିର୍ମାଣ କରିବେ; ସେମାନେ ତୁମ୍ଭର ଫଳ ଭୋଜନ କରିବେ ଓ ତୁମ୍ଭର ଦୁଗ୍ଧ ପାନ କରିବେ।

Ezekiel 25:4 (UKJV) Behold, therefore I will deliver you to the men of the east for a possession, and they shall set their palaces in you, and make their dwellings in you: they shall eat your fruit, and they shall drink your milk.

2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ପ୍ରତି ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;

3ଆଉ, ଅମ୍ମୋନ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭର ଧର୍ମଧାମ ଅପବିତ୍ରୀକୃତ ହେବା ବେଳେ ତାହା ବିରୁଦ୍ଧରେ ଓ ଇସ୍ରାଏଲ ଦେଶ ଧ୍ୱଂସିତ ହେବା ବେଳେ ତାହା ବିରୁଦ୍ଧରେ; ଆଉ, ଯିହୁଦା ବଂଶ ବନ୍ଦୀ ହୋଇ ଯିବା ବେଳେ ସେମାନଙ୍କ ବିରୁଦ୍ଧରେ, ଭଲ ହେଲା, ଭଲ ହେଲା, ବୋଲି ତୁମ୍ଭେ କହିଅଛ;

4ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ଅଧିକାର ରୂପେ ପୂର୍ବଦେଶୀୟ ସନ୍ତାନଗଣର ହସ୍ତରେ ସମର୍ପଣ କରିବା, ଆଉ ସେମାନେ ତୁମ୍ଭ ମଧ୍ୟରେ ଆପଣା ଆପଣା ଛାଉଣି ସ୍ଥାପନ କରିବେ ଓ ତୁମ୍ଭ ମଧ୍ୟରେ ଆପଣା ଆପଣା ବାସ ନିର୍ମାଣ କରିବେ; ସେମାନେ ତୁମ୍ଭର ଫଳ ଭୋଜନ କରିବେ ଓ ତୁମ୍ଭର ଦୁଗ୍ଧ ପାନ କରିବେ।

5ଆଉ, ଆମ୍ଭେ ରବ୍ବାକୁ ଉଷ୍ଟ୍ରଶାଳା କରିବା ଓ ଅମ୍ମୋନ-ସନ୍ତାନଗଣର ଦେଶକୁ ମେଷାଦି ପଲର ଶୟନ ସ୍ଥାନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

6କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି, ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.