ଯିହିଜିକଲ 25

ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛୁ ଓ ଲୁଟିତ ଦ୍ରବ୍ୟ ରୂପେ ଗୋଷ୍ଠୀବର୍ଗଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା; ପୁଣି, ଆମ୍ଭେ ଗୋଷ୍ଠୀବର୍ଗଙ୍କ ମଧ୍ୟରୁ ତୁମ୍ଭକୁ କାଟି ପକାଇବା ଓ ଦେଶସମୂହ ମଧ୍ୟରୁ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ଆମ୍ଭେ ତୁମ୍ଭକୁ ସଂହାର କରିବା; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।

Ezekiel 25:7 (UKJV) Behold, therefore I will stretch out mine hand upon you, and will deliver you for a spoil to the heathen; and I will cut you off from the people, and I will cause you to perish out of the countries: I will destroy you; and you shall know that I am the LORD.

5ଆଉ, ଆମ୍ଭେ ରବ୍ବାକୁ ଉଷ୍ଟ୍ରଶାଳା କରିବା ଓ ଅମ୍ମୋନ-ସନ୍ତାନଗଣର ଦେଶକୁ ମେଷାଦି ପଲର ଶୟନ ସ୍ଥାନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।

6କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି, ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ।

7ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛୁ ଓ ଲୁଟିତ ଦ୍ରବ୍ୟ ରୂପେ ଗୋଷ୍ଠୀବର୍ଗଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା; ପୁଣି, ଆମ୍ଭେ ଗୋଷ୍ଠୀବର୍ଗଙ୍କ ମଧ୍ୟରୁ ତୁମ୍ଭକୁ କାଟି ପକାଇବା ଓ ଦେଶସମୂହ ମଧ୍ୟରୁ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ଆମ୍ଭେ ତୁମ୍ଭକୁ ସଂହାର କରିବା; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।

8ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, ଦେଖ, ଯିହୁଦା ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ,

9ଏଥିପାଇଁ ଦେଖ, ଆମ୍ଭେ ନଗର ସମୂହଠାରୁ ମୋୟାବର ପାର୍ଶ୍ୱ ମୁକ୍ତ କରିବା, ଅର୍ଥାତ୍‍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ୱରୂପ ବେଥ୍-ଯିଶିମୋତ ବାଲ୍‍-ମୀୟୋନ୍‍ ଓ କିରୀୟାଥୟିମ୍‍ ପ୍ରତି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.