8ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ୍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ, ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ।
9ପୁଣି, ସେ ତୁମ୍ଭ ପ୍ରାଚୀରରେ ଦୁର୍ଗଭେଦକ ଯନ୍ତ୍ର ସ୍ଥାପନ କରିବ ଓ ତାହାର ଅସ୍ତ୍ରଶସ୍ତ୍ର ଦ୍ୱାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ।
10ତାହାର ଅଶ୍ୱଗଣର ବାହୁଲ୍ୟ ସକାଶୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ ପ୍ରାଚୀର ବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ୱାରରେ ପ୍ରବେଶ କରିବ, ସେତେବେଳେ ଅଶ୍ୱାରୋହୀଗଣର, ଶଗଡ଼ ଓ ରଥସମୂହର ଶବ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ।
11ସେ ଆପଣା ଅଶ୍ୱଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ୍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍ କରିବ।
12ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ୱଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ।