14ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
15ପ୍ରଭୁ, ସଦାପ୍ରଭୁ ସୋରକୁ ଏହି କଥା କହନ୍ତି; ଯେତେବେଳେ ତୁମ୍ଭ ମଧ୍ୟରେ ଆହତ ଲୋକମାନେ କାତରୋକ୍ତି କରିବେ ଓ ସଂହାର ହେବ, ତୁମ୍ଭର ସେହି ପତନ ସମୟର ଶବ୍ଦରେ କିମ୍ବା ଦ୍ୱୀପସମୂହ କମ୍ପିବେ ନାହିଁ?
16ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ।
17ପୁଣି, ସେମାନେ ତୁମ୍ଭ ବିଷୟରେ ବିଳାପ କରି ତୁମ୍ଭକୁ କହିବେ, ‘ହେ ସମୁଦ୍ର ବ୍ୟବସାୟୀମାନଙ୍କର ନିବାସଭୂମି ପ୍ରସିଦ୍ଧ ନଗରୀ, ତୁମ୍ଭେ କିପରି ବିନଷ୍ଟ ହୋଇଅଛ! ସେ ତ ସମୁଦ୍ରରେ ପରାକ୍ରାନ୍ତ ଥିଲା; ସେ ଓ ତାହାର ନିବାସୀଗଣ ସେଠାରେ ଗତାୟାତକାରୀ ସମସ୍ତଙ୍କ ପ୍ରତି ଭୟଜନକ ଥିଲେ।
18ଏବେ ତୁମ୍ଭର ପତନ ଦିନରେ ଦ୍ୱୀପସମୂହ କମ୍ପମାନ ହେବେ; ହଁ, ତୁମ୍ଭ ପ୍ରସ୍ଥାନରେ ସମୁଦ୍ରବର୍ତ୍ତୀ ଦ୍ୱୀପସବୁ ବିହ୍ୱଳ ହେବେ।’