18ଏବେ ତୁମ୍ଭର ପତନ ଦିନରେ ଦ୍ୱୀପସମୂହ କମ୍ପମାନ ହେବେ; ହଁ, ତୁମ୍ଭ ପ୍ରସ୍ଥାନରେ ସମୁଦ୍ରବର୍ତ୍ତୀ ଦ୍ୱୀପସବୁ ବିହ୍ୱଳ ହେବେ।’
19କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ:
20ସେହି ସମୟରେ ଆମ୍ଭେ ଗର୍ତ୍ତଗାମୀମାନଙ୍କ ସହିତ, ପୁରାତନ କାଳର ଲୋକମାନଙ୍କ ନିକଟକୁ ତୁମ୍ଭକୁ ଓହ୍ଲାଇ ଆଣିବା ଓ ପୃଥିବୀର ଅଧୋଭାଗରେ, ଚିରକାଳରୁ ଉତ୍ସନ୍ନ ସ୍ଥାନମାନଙ୍କରେ ଗର୍ତ୍ତଗାମୀମାନଙ୍କ ସଙ୍ଗରେ ତୁମ୍ଭକୁ ବାସ କରାଇବା, ତହିଁରେ ତୁମ୍ଭର ବସତି ସ୍ଥାନ ରହିବ ନାହିଁ; ପୁଣି, ଜୀବିତମାନଙ୍କ ଦେଶରେ ଆମ୍ଭେ ଶୋଭା ସ୍ଥାପନ କରିବା;
21ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”