2“ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର ସହର କହିଅଛି, ‘ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;’
3ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା।
4ତହିଁରେ ସେମାନେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ, ଆମ୍ଭେ ମଧ୍ୟ ତାହାର ଧୂଳିସବୁ ଚାଞ୍ଛି ପକାଇ ତାକୁ ଶୁଷ୍କ ଶୈଳ କରିବା।
5ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ।
6ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ୍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।