ଯିହିଜିକଲ 26

ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ।

Ezekiel 26:5 (UKJV) It shall be a place for the spreading of nets in the midst of the sea: for I have spoken it, says the Lord GOD: and it shall become a spoil to the nations.

3ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା।

4ତହିଁରେ ସେମାନେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ, ଆମ୍ଭେ ମଧ୍ୟ ତାହାର ଧୂଳିସବୁ ଚାଞ୍ଛି ପକାଇ ତାକୁ ଶୁଷ୍କ ଶୈଳ କରିବା।

5ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ।

6ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ୍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।

7କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.