ଯିହିଜିକଲ 27

ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।

Ezekiel 27:11 (UKJV) The men of Arvad with yours army were upon your walls round about, and the Gammadims were in your towers: they hanged their shields upon your walls round about; they have made your beauty perfect.

9ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ।

10ପାରସ୍ୟ, ଲୁଦ୍‍ ଓ ପୂଟ୍‍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।

11ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।

12“ସବୁ ପ୍ରକାର ଧନର ବାହୁଲ୍ୟ ସକାଶୁ ତର୍ଶୀଶ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।

13ଯବନ, ତୁବଲ୍‍ ଓ ମେଶକ୍‍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.