10ପାରସ୍ୟ, ଲୁଦ୍ ଓ ପୂଟ୍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।
11ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।
12“ସବୁ ପ୍ରକାର ଧନର ବାହୁଲ୍ୟ ସକାଶୁ ତର୍ଶୀଶ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
13ଯବନ, ତୁବଲ୍ ଓ ମେଶକ୍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
14ତୋଗର୍ମା ବଂଶୀୟ ଲୋକମାନେ ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।