ଯିହିଜିକଲ 27

ଯବନ, ତୁବଲ୍‍ ଓ ମେଶକ୍‍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।

Ezekiel 27:13 (UKJV) Javan, Tubal, and Meshech, they were your merchants: they traded the persons of men and vessels of brass in your market.

11ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।

12“ସବୁ ପ୍ରକାର ଧନର ବାହୁଲ୍ୟ ସକାଶୁ ତର୍ଶୀଶ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।

13ଯବନ, ତୁବଲ୍‍ ଓ ମେଶକ୍‍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।

14ତୋଗର୍ମା ବଂଶୀୟ ଲୋକମାନେ ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।

15ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍‍ କାଷ୍ଠ ଆଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.