13ଯବନ, ତୁବଲ୍ ଓ ମେଶକ୍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
14ତୋଗର୍ମା ବଂଶୀୟ ଲୋକମାନେ ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
15ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍ କାଷ୍ଠ ଆଣିଲେ।
16ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
17ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।