ଯିହିଜିକଲ 27

ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।

Ezekiel 27:17 (UKJV) Judah, and the land of Israel, they were your merchants: they traded in your market wheat of Minnith, and Pannag, and honey, and oil, and balm.

15ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍‍ କାଷ୍ଠ ଆଣିଲେ।

16ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।

17ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।

18ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦମ୍ମେଶକ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍‍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ।

19ବଦାନ ଓ ଯବନ ଲୋମନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ; ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତଲୌହ, ଗୁଡ଼ତ୍ୱକ୍‍ ଓ ସୁଗନ୍ଧି ବଚ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.