16ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
17ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
18ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦମ୍ମେଶକ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ।
19ବଦାନ ଓ ଯବନ ଲୋମନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ; ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତଲୌହ, ଗୁଡ଼ତ୍ୱକ୍ ଓ ସୁଗନ୍ଧି ବଚ ଥିଲା।
20ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା।