18ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦମ୍ମେଶକ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ।
19ବଦାନ ଓ ଯବନ ଲୋମନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ; ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତଲୌହ, ଗୁଡ଼ତ୍ୱକ୍ ଓ ସୁଗନ୍ଧି ବଚ ଥିଲା।
20ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା।
21ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।
22ଶିବାର ଓ ରୟମାର ବ୍ୟବସାୟୀମାନେ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ସର୍ବପ୍ରକାର ଶ୍ରେଷ୍ଠ ଗନ୍ଧଦ୍ରବ୍ୟ ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର, ଆଉ ସୁବର୍ଣ୍ଣ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।