ଯିହିଜିକଲ 27

ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।

Ezekiel 27:21 (UKJV) Arabia, and all the princes of Kedar, they occupied with you in lambs, and rams, and goats: in these were they your merchants.

19ବଦାନ ଓ ଯବନ ଲୋମନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ; ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତଲୌହ, ଗୁଡ଼ତ୍ୱକ୍‍ ଓ ସୁଗନ୍ଧି ବଚ ଥିଲା।

20ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା।

21ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।

22ଶିବାର ଓ ରୟମାର ବ୍ୟବସାୟୀମାନେ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ସର୍ବପ୍ରକାର ଶ୍ରେଷ୍ଠ ଗନ୍ଧଦ୍ରବ୍ୟ ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର, ଆଉ ସୁବର୍ଣ୍ଣ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।

23ହାରଣ ଓ କନ୍ନୀ ଓ ଏଦନ, ଶିବାର ଏହି ବ୍ୟବସାୟୀମାନେ, ପୁଣି ଅଶୂର ଓ କିଲ୍ମଦ୍‍ ତୁମ୍ଭର ବ୍ୟବସାୟୀ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.