21ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।
22ଶିବାର ଓ ରୟମାର ବ୍ୟବସାୟୀମାନେ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ସର୍ବପ୍ରକାର ଶ୍ରେଷ୍ଠ ଗନ୍ଧଦ୍ରବ୍ୟ ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର, ଆଉ ସୁବର୍ଣ୍ଣ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
23ହାରଣ ଓ କନ୍ନୀ ଓ ଏଦନ, ଶିବାର ଏହି ବ୍ୟବସାୟୀମାନେ, ପୁଣି ଅଶୂର ଓ କିଲ୍ମଦ୍ ତୁମ୍ଭର ବ୍ୟବସାୟୀ ଥିଲେ।
24ଏମାନେ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ ଉତ୍କୃଷ୍ଟ ନାନା ଦ୍ରବ୍ୟ, ନୀଳବର୍ଣ୍ଣ ଓ ବୁଟାଦାର ଆବରଣୀୟ ବସ୍ତ୍ର ଓ ବହୁମୂଲ୍ୟ ବସ୍ତ୍ର, ରଜ୍ଜୁରେ ବନ୍ଧା ଏରସ କାଷ୍ଠନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ୟବସାୟୀ ଥିଲେ।
25ତର୍ଶୀଶର ଜାହାଜସକଳ ତୁମ୍ଭର ବ୍ୟବସାୟକାରୀ ପଥିକ ସ୍ୱରୂପ ଥିଲେ; ପୁଣି, ତୁମ୍ଭେ ପରିପୂର୍ଣ୍ଣା ଓ ସମୁଦ୍ରର ମଧ୍ୟସ୍ଥଳରେ ଅତିଶୟ ପ୍ରତାପାନ୍ୱିତା ଥିଲ।