24ଏମାନେ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ ଉତ୍କୃଷ୍ଟ ନାନା ଦ୍ରବ୍ୟ, ନୀଳବର୍ଣ୍ଣ ଓ ବୁଟାଦାର ଆବରଣୀୟ ବସ୍ତ୍ର ଓ ବହୁମୂଲ୍ୟ ବସ୍ତ୍ର, ରଜ୍ଜୁରେ ବନ୍ଧା ଏରସ କାଷ୍ଠନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ୟବସାୟୀ ଥିଲେ।
25ତର୍ଶୀଶର ଜାହାଜସକଳ ତୁମ୍ଭର ବ୍ୟବସାୟକାରୀ ପଥିକ ସ୍ୱରୂପ ଥିଲେ; ପୁଣି, ତୁମ୍ଭେ ପରିପୂର୍ଣ୍ଣା ଓ ସମୁଦ୍ରର ମଧ୍ୟସ୍ଥଳରେ ଅତିଶୟ ପ୍ରତାପାନ୍ୱିତା ଥିଲ।
26ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣିଅଛନ୍ତି; ପୂର୍ବୀୟ ବାୟୁ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ତୁମ୍ଭକୁ ଭାଙ୍ଗି ପକାଇଅଛି।
27ତୁମ୍ଭର ଧନ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ, ତୁମ୍ଭର ବାଣିଜ୍ୟ, ତୁମ୍ଭର ନାବିକଗଣ ଓ ତୁମ୍ଭର କର୍ଣ୍ଣଧାରମାନେ, ତୁମ୍ଭର ଛିଦ୍ର ବଟାଳିବା ଲୋକମାନେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଧରିବା ଲୋକମାନେ, ଆଉ ତୁମ୍ଭର ମଧ୍ୟବର୍ତ୍ତୀ ଯୋଦ୍ଧା ସମସ୍ତେ ତୁମ୍ଭର ମଧ୍ୟବର୍ତ୍ତୀ ସମସ୍ତ ସମାଜ ସହିତ ତୁମ୍ଭର ପତନ ଦିନ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ପତିତ ହେବେ।
28ତୁମ୍ଭ କର୍ଣ୍ଣଧାରଗଣର କ୍ରନ୍ଦନ ଶବ୍ଦରେ ଉପନଗରସମୂହ କମ୍ପିତ ହେବେ।