ଯିହିଜିକଲ 27

ପୁଣି, ଆହୁଲା ଧରିବା ସମସ୍ତ ଲୋକ, ନାବିକମାନେ ଓ ସମୁଦ୍ରସ୍ଥ କର୍ଣ୍ଣଧାର ସମସ୍ତେ ଆପଣା ଆପଣା ଜାହାଜରୁ ଓହ୍ଲାଇ ଆସି ସ୍ଥଳରେ ଠିଆ ହେବେ,

Ezekiel 27:29 (UKJV) And all that handle the oar, the seamen, and all the pilots of the sea, shall come down from their ships, they shall stand upon the land;

27ତୁମ୍ଭର ଧନ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ, ତୁମ୍ଭର ବାଣିଜ୍ୟ, ତୁମ୍ଭର ନାବିକଗଣ ଓ ତୁମ୍ଭର କର୍ଣ୍ଣଧାରମାନେ, ତୁମ୍ଭର ଛିଦ୍ର ବଟାଳିବା ଲୋକମାନେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଧରିବା ଲୋକମାନେ, ଆଉ ତୁମ୍ଭର ମଧ୍ୟବର୍ତ୍ତୀ ଯୋଦ୍ଧା ସମସ୍ତେ ତୁମ୍ଭର ମଧ୍ୟବର୍ତ୍ତୀ ସମସ୍ତ ସମାଜ ସହିତ ତୁମ୍ଭର ପତନ ଦିନ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ପତିତ ହେବେ।

28ତୁମ୍ଭ କର୍ଣ୍ଣଧାରଗଣର କ୍ରନ୍ଦନ ଶବ୍ଦରେ ଉପନଗରସମୂହ କମ୍ପିତ ହେବେ।

29ପୁଣି, ଆହୁଲା ଧରିବା ସମସ୍ତ ଲୋକ, ନାବିକମାନେ ଓ ସମୁଦ୍ରସ୍ଥ କର୍ଣ୍ଣଧାର ସମସ୍ତେ ଆପଣା ଆପଣା ଜାହାଜରୁ ଓହ୍ଲାଇ ଆସି ସ୍ଥଳରେ ଠିଆ ହେବେ,

30ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;

31ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟିଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.