ଯିହିଜିକଲ 27

ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟିଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।

Ezekiel 27:31 (UKJV) And they shall make themselves utterly bald for you, and gird them with sackcloth, and they shall weep for you with bitterness of heart and bitter wailing.

29ପୁଣି, ଆହୁଲା ଧରିବା ସମସ୍ତ ଲୋକ, ନାବିକମାନେ ଓ ସମୁଦ୍ରସ୍ଥ କର୍ଣ୍ଣଧାର ସମସ୍ତେ ଆପଣା ଆପଣା ଜାହାଜରୁ ଓହ୍ଲାଇ ଆସି ସ୍ଥଳରେ ଠିଆ ହେବେ,

30ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;

31ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟିଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।

32ପୁଣି, ସେମାନେ ଆପଣାମାନଙ୍କର ଶୋକ ସମୟରେ ତୁମ୍ଭ ଉଦ୍ଦେଶ୍ୟରେ ବିଳାପ କରି ତୁମ୍ଭ ବିଷୟରେ ଏହି କଥା କହି ବିଳାପ କରିବେ, ‘ସୋର ପରି, ଯେ ସମୁଦ୍ର ମଧ୍ୟସ୍ଥାନରେ ନିସ୍ତବ୍ଧା ହେଲା, ତାହା ପରି କିଏ ଅଛି?

33ଯେତେବେଳେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟସବୁ ସମୁଦ୍ରମାନଙ୍କ ମଧ୍ୟରୁ ବାହାରିଗଲା, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ପରିପୂର୍ଣ୍ଣ କଲ; ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟର ବାହୁଲ୍ୟରେ ପୃଥିବୀର ରାଜାଗଣକୁ ଧନୀ କଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.