ଯିହିଜିକଲ 27

ଦ୍ୱୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜାଗଣ ଅତ୍ୟନ୍ତ ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷଣ୍ଣ ହୋଇଅଛି।

Ezekiel 27:35 (UKJV) All the inhabitants of the isles shall be astonished at you, and their kings shall be sore afraid, they shall be troubled in their countenance.

33ଯେତେବେଳେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟସବୁ ସମୁଦ୍ରମାନଙ୍କ ମଧ୍ୟରୁ ବାହାରିଗଲା, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ପରିପୂର୍ଣ୍ଣ କଲ; ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟର ବାହୁଲ୍ୟରେ ପୃଥିବୀର ରାଜାଗଣକୁ ଧନୀ କଲ।

34ତୁମ୍ଭେ ସମୁଦ୍ର ଦ୍ୱାରା ଗଭୀର ଜଳରାଶିରେ ଭଗ୍ନ ହେବା ସମୟରେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧ୍ୟରେ ପତିତ ହେଲେ।

35ଦ୍ୱୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜାଗଣ ଅତ୍ୟନ୍ତ ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷଣ୍ଣ ହୋଇଅଛି।

36ଗୋଷ୍ଠୀଗଣର ମଧ୍ୟବର୍ତ୍ତୀ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ଶୀଷ୍‍ ଶବ୍ଦ କରନ୍ତି; ତୁମ୍ଭେ ଭୟଙ୍କର ହୋଇଅଛ, ପୁଣି, ତୁମ୍ଭେ ଆଉ କେବେ ସ୍ଥାପିତ ହେବ ନାହିଁ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.