2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋର ବିଷୟରେ ବିଳାପ କର;
3ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମସୁନ୍ଦରୀ,
4ସମୁଦ୍ରଗଣର ମଧ୍ୟସ୍ଥଳରେ ତୁମ୍ଭର ସୀମା, ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।”
5ସେମାନେ ସନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତା କାଠପଟା ସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି।
6ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।