5ସେମାନେ ସନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତା କାଠପଟା ସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି।
6ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।
7ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।
8ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀ ଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ।
9ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ।