ଯିହିଜିକଲ 28

ତୁମ୍ଭେ ବିଦେଶୀୟମାନଙ୍କ ହସ୍ତରେ ଅସୁନ୍ନତ ଲୋକମାନଙ୍କ ତୁଲ୍ୟ ମରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

Ezekiel 28:10 (UKJV) You shall die the deaths of the uncircumcised by the hand of strangers: for I have spoken it, says the Lord GOD.

8ସେମାନେ ତୁମ୍ଭକୁ ଗର୍ତ୍ତକୁ ଓହ୍ଲାଇ ଆଣିବେ ଓ ତୁମ୍ଭେ ସମୁଦ୍ରମାନଙ୍କର ମଧ୍ୟସ୍ଥାନରେ ହତ ଲୋକମାନଙ୍କ ମୃତ୍ୟୁୁ ତୁଲ୍ୟ ମୃତ୍ୟୁୁଭୋଗ କରିବ।

9ତଥାପି ତୁମ୍ଭେ କି ଆପଣା ବଧକାରୀର ସାକ୍ଷାତରେ କହିବ, ‘ମୁଁ ଈଶ୍ୱର?’ ମାତ୍ର ତୁମ୍ଭେ ତ ଆପଣା ଆଘାତକାରୀର ହସ୍ତରେ ମନୁଷ୍ୟ ମାତ୍ର ଅଟ, ଈଶ୍ୱର ନୁହଁ।

10ତୁମ୍ଭେ ବିଦେଶୀୟମାନଙ୍କ ହସ୍ତରେ ଅସୁନ୍ନତ ଲୋକମାନଙ୍କ ତୁଲ୍ୟ ମରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”

11ଆହୁରି ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

12“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ରାଜା ବିଷୟରେ ବିଳାପ କର ଓ ତାହାକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି। ତୁମ୍ଭେ ଜ୍ଞାନରେ ପୂର୍ଣ୍ଣ ଓ ସୌନ୍ଦର୍ଯ୍ୟରେ ସିଦ୍ଧ, ଉଭୟର ମୁଦ୍ରାଙ୍କ କରୁଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.