10ତୁମ୍ଭେ ବିଦେଶୀୟମାନଙ୍କ ହସ୍ତରେ ଅସୁନ୍ନତ ଲୋକମାନଙ୍କ ତୁଲ୍ୟ ମରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
11ଆହୁରି ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
12“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ରାଜା ବିଷୟରେ ବିଳାପ କର ଓ ତାହାକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି। ତୁମ୍ଭେ ଜ୍ଞାନରେ ପୂର୍ଣ୍ଣ ଓ ସୌନ୍ଦର୍ଯ୍ୟରେ ସିଦ୍ଧ, ଉଭୟର ମୁଦ୍ରାଙ୍କ କରୁଅଛ।
13ତୁମ୍ଭେ ପରମେଶ୍ୱରଙ୍କ ଉଦ୍ୟାନ ଏଦନରେ ଥିଲ; ଚୁଣୀ, ପୀତମଣି ଓ ହୀରକ, ବୈଦୁର୍ଯ୍ୟମଣି, ଗୋମେଦକ ଓ ସୂର୍ଯ୍ୟକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ଯାବତୀୟ ବହୁମୂଲ୍ୟ ପ୍ରସ୍ତର ଓ ସୁବର୍ଣ୍ଣ ତୁମ୍ଭର ଆଚ୍ଛାଦନ ଥିଲା; ତୁମ୍ଭର ତବଲ ଓ ବଂଶୀର ଶିଳ୍ପକାର୍ଯ୍ୟ ତୁମ୍ଭ ମଧ୍ୟରେ ଥିଲା; ତୁମ୍ଭେ ସୃଷ୍ଟ ହେବା ଦିନ ସେହି ସବୁ ପ୍ରସ୍ତୁତ ହୋଇଥିଲା।
14ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲ; ପୁଣି, ଆମ୍ଭେ ତୁମ୍ଭକୁ ସ୍ଥାପନ କଲୁ, ତହିଁରେ ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଉପରେ ଥିଲ; ତୁମ୍ଭେ ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରେ ଗମନାଗମନ କଲ।