14ତୁମ୍ଭେ ଆଚ୍ଛାଦନକାରୀ ଅଭିଷିକ୍ତ କିରୂବ ଥିଲ; ପୁଣି, ଆମ୍ଭେ ତୁମ୍ଭକୁ ସ୍ଥାପନ କଲୁ, ତହିଁରେ ତୁମ୍ଭେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଉପରେ ଥିଲ; ତୁମ୍ଭେ ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରେ ଗମନାଗମନ କଲ।
15ତୁମ୍ଭ ମଧ୍ୟରେ ଅଧର୍ମ ଦେଖାଯିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ସୃଷ୍ଟି ଦିନଠାରୁ ଆପଣା ଆଚରଣରେ ସିଦ୍ଧ ଥିଲ।
16ତୁମ୍ଭ ବାଣିଜ୍ୟର ବାହୁଲ୍ୟରେ ସେମାନେ ତୁମ୍ଭ ଆଭ୍ୟନ୍ତର ଦୌରାତ୍ମ୍ୟରେ ପରିପୂର୍ଣ୍ଣ କଲେ, ଆଉ ତୁମ୍ଭେ ପାପ କରିଅଛ; ଏଥିପାଇଁ ଆମ୍ଭେ ଅଶୁଚି ବସ୍ତୁ ତୁଲ୍ୟ ତୁମ୍ଭକୁ ପରମେଶ୍ୱରଙ୍କ ପର୍ବତରୁ ପକାଇ ଦେଇଅଛୁ; ଆଉ ହେ ଆଚ୍ଛାଦନକାରୀ କିରୂବ, ଅଗ୍ନିମୟ ପ୍ରସ୍ତରସକଳର ମଧ୍ୟରୁ ଆମ୍ଭେ ତୁମ୍ଭକୁ ବିନାଶ କରିଅଛୁ।
17ତୁମ୍ଭର ସୌନ୍ଦର୍ଯ୍ୟ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି, ତୁମ୍ଭେ ଆପଣାର ଶୋଭା ସକାଶୁ ନିଜ ଜ୍ଞାନ ଭ୍ରଷ୍ଟ କରିଅଛ; ଆମ୍ଭେ ତୁମ୍ଭକୁ ଭୂମିରେ ନିକ୍ଷେପ କରିଅଛୁ, ରାଜାମାନେ ଯେପରି ତୁମ୍ଭକୁ ଦେଖିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସମ୍ମୁଖରେ ତୁମ୍ଭକୁ ରଖିଅଛୁ।
18ତୁମ୍ଭେ ଆପଣାର ଅଧର୍ମର ବାହୁଲ୍ୟରେ, ନିଜ ବାଣିଜ୍ୟ ବିଷୟକ ଅନ୍ୟାୟ ଦ୍ୱାରା ଆପଣାର ପବିତ୍ର ସ୍ଥାନସକଳ ଅପବିତ୍ର କରିଅଛ; ଏଥିପାଇଁ ଆମ୍ଭେ ତୁମ୍ଭ ମଧ୍ୟରୁ ଅଗ୍ନି ବାହାର କରି ଆଣିଅଛୁ, ତାହା ତୁମ୍ଭକୁ ଗ୍ରାସ କରିଅଛି, ପୁଣି, ଆମ୍ଭେ ତୁମ୍ଭକୁ ଦର୍ଶନକାରୀ ସକଳର ସାକ୍ଷାତରେ ଭୂମିରେ ଭସ୍ମ କରିଅଛୁ।