18ତୁମ୍ଭେ ଆପଣାର ଅଧର୍ମର ବାହୁଲ୍ୟରେ, ନିଜ ବାଣିଜ୍ୟ ବିଷୟକ ଅନ୍ୟାୟ ଦ୍ୱାରା ଆପଣାର ପବିତ୍ର ସ୍ଥାନସକଳ ଅପବିତ୍ର କରିଅଛ; ଏଥିପାଇଁ ଆମ୍ଭେ ତୁମ୍ଭ ମଧ୍ୟରୁ ଅଗ୍ନି ବାହାର କରି ଆଣିଅଛୁ, ତାହା ତୁମ୍ଭକୁ ଗ୍ରାସ କରିଅଛି, ପୁଣି, ଆମ୍ଭେ ତୁମ୍ଭକୁ ଦର୍ଶନକାରୀ ସକଳର ସାକ୍ଷାତରେ ଭୂମିରେ ଭସ୍ମ କରିଅଛୁ।
19ଗୋଷ୍ଠୀଗଣ ମଧ୍ୟରେ ଯେଉଁମାନେ ତୁମ୍ଭକୁ ଜାଣନ୍ତି, ସେମାନେ ସମସ୍ତେ ତୁମ୍ଭ ବିଷୟରେ ବିସ୍ମୟାପନ୍ନ ହେବେ; ତୁମ୍ଭେ ଭୟଙ୍କର ହୋଇଅଛ ଓ ତୁମ୍ଭେ ଆଉ କେବେ ନ ଥିବ।”
20ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
21“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୀଦୋନ ପ୍ରତି ଆପଣା ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
22ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।