ଯିହିଜିକଲ 28

ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ।

Ezekiel 28:25 (UKJV) Thus says the Lord GOD; When I shall have gathered the house of Israel from the people among whom they are scattered, and shall be sanctified in them in the sight of the heathen, then shall they dwell in their land that I have given to my servant Jacob.

23କାରଣ ଆମ୍ଭେ ନଗର ମଧ୍ୟକୁ ମହାମାରୀ ଓ ତାହାର ସମସ୍ତ ଛକକୁ ରକ୍ତ ପଠାଇବା; ପୁଣି, ତାହାର ଚତୁର୍ଦ୍ଦିଗସ୍ଥିତ ଖଡ୍ଗ ଦ୍ୱାରା ଆହତ ଲୋକମାନେ ତାହା ମଧ୍ୟରେ ପତିତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।

24ପୁଣି, ଇସ୍ରାଏଲ ବଂଶର ଚତୁର୍ଦ୍ଦିଗସ୍ଥିତ ଯେଉଁ ଲୋକମାନେ ସେମାନଙ୍କୁ ଅବଜ୍ଞା କଲେ, ସେମାନଙ୍କ ମଧ୍ୟରୁ କୌଣସି ଲୋକ ସେମାନଙ୍କର ଶୂଳଜନକ କାନକୋଳି କଣ୍ଟା ଅଥବା ବ୍ୟଥାଦାୟକ କଣ୍ଟକ ଆଉ ନୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।

25ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ।

26ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଏହା ସେମାନେ ଜାଣିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.