2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋରର ଅଧିପତିକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି ଓ ତୁମ୍ଭେ କହିଅଛ, ‘ମୁଁ ଈଶ୍ୱର ଅଟେ, ମୁଁ ସମୁଦ୍ରମାନଙ୍କ ମଧ୍ୟସ୍ଥାନରେ ଈଶ୍ୱରଙ୍କ ଆସନରେ ବସିଅଛି,’ ମାତ୍ର ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିଲେ ହେଁ ତୁମ୍ଭେ ତ ଈଶ୍ୱର ନୁହଁ, ମନୁଷ୍ୟ ମାତ୍ର ଅଟ।
3ଦେଖ, ତୁମ୍ଭେ ଦାନିୟେଲ ଅପେକ୍ଷା ଜ୍ଞାନୀ; କୌଣସି ନିଗୂଢ଼ କଥା ଲୋକମାନେ ତୁମ୍ଭଠାରୁ ଗୋପନ କରି ନ ପାରନ୍ତି:
4ତୁମ୍ଭେ ଆପଣା ଜ୍ଞାନ ଓ ବୁଦ୍ଧି ଦ୍ୱାରା ଧନ ପ୍ରାପ୍ତ ହୋଇଅଛ ଓ ଆପଣା ଭଣ୍ଡାରରେ ସୁନା ଓ ରୂପା ସଞ୍ଚୟ କରିଅଛ;
5ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି।
6ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିବା ସକାଶୁ,