ଯିହିଜିକଲ 28

ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି।

Ezekiel 28:5 (UKJV) By your great wisdom and by your trade have you increased your riches, and yours heart is lifted up because of your riches:

3ଦେଖ, ତୁମ୍ଭେ ଦାନିୟେଲ ଅପେକ୍ଷା ଜ୍ଞାନୀ; କୌଣସି ନିଗୂଢ଼ କଥା ଲୋକମାନେ ତୁମ୍ଭଠାରୁ ଗୋପନ କରି ନ ପାରନ୍ତି:

4ତୁମ୍ଭେ ଆପଣା ଜ୍ଞାନ ଓ ବୁଦ୍ଧି ଦ୍ୱାରା ଧନ ପ୍ରାପ୍ତ ହୋଇଅଛ ଓ ଆପଣା ଭଣ୍ଡାରରେ ସୁନା ଓ ରୂପା ସଞ୍ଚୟ କରିଅଛ;

5ତୁମ୍ଭେ ଆପଣାର ମହା ଜ୍ଞାନ ଦ୍ୱାରା ଓ ବାଣିଜ୍ୟ ଦ୍ୱାରା ଆପଣାର ଧନ ବଢ଼ାଇଅଛ, ଆଉ ତୁମ୍ଭର ଧନ ସକାଶୁ ତୁମ୍ଭର ଚିତ୍ତ ଗର୍ବିତ ହୋଇଅଛି।

6ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଚିତ୍ତକୁ ଈଶ୍ୱରଙ୍କ ଚିତ୍ତ ତୁଲ୍ୟ ବୋଲି ମଣିବା ସକାଶୁ,

7ଦେଖ, ଆମ୍ଭେ ବିଦେଶୀୟମାନଙ୍କୁ, ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଲୋକମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା; ତହିଁରେ ସେମାନେ ତୁମ୍ଭର ଜ୍ଞାନରୂପ ସୌନ୍ଦର୍ଯ୍ୟର ପ୍ରତିକୂଳରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରିବେ ଓ ତୁମ୍ଭର ଶୋଭା ଭ୍ରଷ୍ଟ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.