11କୌଣସି ମନୁଷ୍ୟର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ, କିଅବା ପଶୁର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ତାହା ବସତି ସ୍ଥାନ ନୋହିବ।
12ପୁଣି, ଆମ୍ଭେ ମିସର ଦେଶକୁ ଧ୍ୱଂସିତ ଦେଶସମୂହର ମଧ୍ୟରେ ଧ୍ୱଂସସ୍ଥାନ କରିବା ଓ ତାହାର ନଗରସମୂହ ଉଚ୍ଛିନ୍ନ ନଗରସମୂହ ମଧ୍ୟରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଧ୍ୱଂସସ୍ଥାନ ହୋଇ ରହିବ; ପୁଣି, ଆମ୍ଭେ ମିସରୀୟମାନଙ୍କୁ ନାନା ଦେଶୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।
13କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ମିସରୀୟମାନେ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଚାଳିଶ ବର୍ଷର ଶେଷରେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା;
14ଆଉ, ଆମ୍ଭେ ମିସରର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସେମାନଙ୍କର ଜନ୍ମସ୍ଥାନ ପଥ୍ରୋଷ ଦେଶକୁ ସେମାନଙ୍କୁ ଫେରାଇ ଆଣିବା, ପୁଣି, ସେଠାରେ ସେମାନେ ଗୋଟିଏ ନୀଚ ରାଜ୍ୟ ହୋଇ ରହିବେ।
15ନାନା ରାଜ୍ୟ ମଧ୍ୟରେ ତାହା ନୀଚତମ ହେବ ଓ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରେ ସେ ଆପଣାକୁ ଆଉ ଉନ୍ନତ କରିବ ନାହିଁ; ପୁଣି, ଆମ୍ଭେ ସେମାନଙ୍କୁ ନ୍ୟୂନ କରିବା, ତହିଁରେ ସେମାନେ ଗୋଷ୍ଠୀଗଣ ଉପରେ ଆଉ କର୍ତ୍ତୃତ୍ୱ କରିବେ ନାହିଁ।