13କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ମିସରୀୟମାନେ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଚାଳିଶ ବର୍ଷର ଶେଷରେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା;
14ଆଉ, ଆମ୍ଭେ ମିସରର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସେମାନଙ୍କର ଜନ୍ମସ୍ଥାନ ପଥ୍ରୋଷ ଦେଶକୁ ସେମାନଙ୍କୁ ଫେରାଇ ଆଣିବା, ପୁଣି, ସେଠାରେ ସେମାନେ ଗୋଟିଏ ନୀଚ ରାଜ୍ୟ ହୋଇ ରହିବେ।
15ନାନା ରାଜ୍ୟ ମଧ୍ୟରେ ତାହା ନୀଚତମ ହେବ ଓ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରେ ସେ ଆପଣାକୁ ଆଉ ଉନ୍ନତ କରିବ ନାହିଁ; ପୁଣି, ଆମ୍ଭେ ସେମାନଙ୍କୁ ନ୍ୟୂନ କରିବା, ତହିଁରେ ସେମାନେ ଗୋଷ୍ଠୀଗଣ ଉପରେ ଆଉ କର୍ତ୍ତୃତ୍ୱ କରିବେ ନାହିଁ।
16ଆଉ, ଇସ୍ରାଏଲ ବଂଶ ମିସରୀୟମାନଙ୍କର ଅନୁସରଣ କରିବା ପାଇଁ ଫେରିବା ବେଳେ ମିସର, ସେମାନଙ୍କର ଅପରାଧ ସ୍ମରଣାର୍ଥକ ବିଶ୍ୱାସଭୂମି ଆଉ ହେବ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
17ଏଥିଉତ୍ତାରେ ସତାଇଶ ବର୍ଷର ପ୍ରଥମ ମାସରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,