1ଦଶମ ବର୍ଷର ଦଶମ ମାସ, ମାସର ଦ୍ୱାଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ବିରୁଦ୍ଧରେ ଆପଣା ମୁଖ ରଖ, ପୁଣି, ତାହା ବିରୁଦ୍ଧରେ ଓ ସମୁଦାୟ ମିସର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
3ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, ‘ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।’
4ମାତ୍ର ଆମ୍ଭେ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା ଓ ଆମ୍ଭେ ତୁମ୍ଭ ସ୍ରୋତସମୂହରେ ମତ୍ସ୍ୟସକଳକୁ ତୁମ୍ଭ ଦେହର କାତିରେ ଲଗାଇବା; ଆଉ, ଆମ୍ଭେ ତୁମ୍ଭ ସ୍ରୋତସମୂହର ମଧ୍ୟରୁ ତୁମ୍ଭକୁ ଓ ତୁମ୍ଭ କାତିରେ ଲାଗିଥିବା ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ବାହାର କରି ଉପରକୁ ଆଣିବା।