19ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରକୁ ମିସର ଦେଶ ଦେବା; ତହିଁରେ ସେ ତାହାର ମହାଜନତାକୁ ନେଇଯିବ ଓ ତାହାର ଦ୍ରବ୍ୟ ଲୁଟି ନେବ, ଆଉ ତାହାର ସମ୍ପତ୍ତି ଅପହରଣ କରିବ; ପୁଣି, ଏହା ତାହାର ସୈନ୍ୟସାମନ୍ତର ବେତନ ହେବ।
20ସେ ଯହିଁ ପାଇଁ ପରିଶ୍ରମ କଲା, ତାହାର ସେହି ପୁରସ୍କାର ରୂପେ ଆମ୍ଭେ ତାହାକୁ ମିସର ଦେଶ ଦେଇଅଛୁ, କାରଣ ସେମାନେ ଆମ୍ଭ ନିମନ୍ତେ କାର୍ଯ୍ୟ କଲେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
21ସେହି ଦିନ ଆମ୍ଭେ ଇସ୍ରାଏଲ ବଂଶ ନିମନ୍ତେ ଗୋଟିଏ ଶୃଙ୍ଗ ଅଙ୍କୁରିତ କରାଇବା, ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭର ମୁଖ ମୁକ୍ତ କରିବା: ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”