5ପୁଣି, ଆମ୍ଭେ ତୁମ୍ଭକୁ, ହଁ, ତୁମ୍ଭକୁ ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ପ୍ରାନ୍ତରରେ ପକାଇ ଛାଡ଼ିଦେବା; ତୁମ୍ଭେ ପଦାରେ ପଡ଼ି ରହିବ; ତୁମ୍ଭେ ଆଉ ସଂଗୃହୀତ କିମ୍ବା ସଞ୍ଚିତ ହେବ ନାହିଁ; ଆମ୍ଭେ ତୁମ୍ଭକୁ ଭୂଚର ପଶୁଗଣର ଓ ଖେଚର ପକ୍ଷୀଗଣର ଖାଦ୍ୟ ହେବା ନିମନ୍ତେ ସମର୍ପି ଦେଇଅଛୁ।
6ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ମିସରନିବାସୀ ସମସ୍ତେ ଜାଣିବେ। କାରଣ ସେମାନେ ଇସ୍ରାଏଲ ବଂଶ ପ୍ରତି ନଳର ଯଷ୍ଟି ହୋଇଅଛନ୍ତି।
7ଯେତେବେଳେ ସେମାନେ ତୁମ୍ଭର ହସ୍ତ ଧରିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସ୍କନ୍ଧସବୁ ବିଦୀର୍ଣ୍ଣ କଲ; ଆଉ, ଯେତେବେଳେ ସେମାନେ ତୁମ୍ଭ ଉପରେ ଆଉଜିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସମସ୍ତ କଟିଦେଶ ଅଚଳ କଲ।
8ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଖଡ୍ଗ ଆଣିବା ଓ ତୁମ୍ଭ ମଧ୍ୟରୁ ମନୁଷ୍ୟ ଓ ପଶୁ ଉଚ୍ଛିନ୍ନ କରିବା।
9ପୁଣି, ମିସର ଦେଶ ଧ୍ୱଂସିତ ଓ ଶୂନ୍ୟସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ; ଯେହେତୁ ସେ କହିଅଛି, ‘ନଦୀ ମୋର ଓ ମୁଁ ତାହା ସୃଷ୍ଟି କରିଅଛି।’