1ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ।”
2ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ।
3ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର!” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା।