11ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’”
12ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି।
13ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶବ୍ଦ ଓ ସେମାନଙ୍କ ପାର୍ଶ୍ୱସ୍ଥ ଚକ୍ରର ଶବ୍ଦ, ଏହି ମହା ଖରତର ଶବ୍ଦ ଶୁଣିଲି।
14ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା।
15ତେବେ ମୁଁ ତେଲଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେହି ସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି।