15ତେବେ ମୁଁ ତେଲଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେହି ସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି।
16ଏଥିଉତ୍ତାରେ ସାତ ଦିନ ସମାପ୍ତ ହେଲା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା:
17“ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।
18‘ତୁମ୍ଭେ ନିଶ୍ଚୟ ମରିବ,’ ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
19ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।