19ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।
20ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
21ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।”
22ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, “ତୁମ୍ଭେ ଉଠି ପଦାଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା!”
23ତହିଁରେ ମୁଁ ଉଠି ପଦାଭୂମିକୁ ବାହାରିଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।