22ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, “ତୁମ୍ଭେ ଉଠି ପଦାଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା!”
23ତହିଁରେ ମୁଁ ଉଠି ପଦାଭୂମିକୁ ବାହାରିଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।
24ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋʼ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, “ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ।
25ମାତ୍ର ହେ ମନୁଷ୍ୟ-ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ୱାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ;
26ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି।