ଯିହିଜିକଲ 3

ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି।

Ezekiel 3:26 (UKJV) And I will make your tongue cleave to the roof of your mouth, that you shall be dumb, and shall not be to them a reprover: for they are a rebellious house.

24ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋʼ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, “ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ।

25ମାତ୍ର ହେ ମନୁଷ୍ୟ-ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ୱାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ;

26ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି।

27ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି;’ ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ!”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.